Odisha Link
Bridging the Missing Links in Odisha

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଦ୍ବିତୀୟ ଦିନ। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଦର୍ଶନ ପାଇଁ ରାଜଭବନରୁ ରାଷ୍ଟ୍ରପତି ବାହାରି ସାରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ରାଷ୍ଟ୍ରପତି ପୁରୀ ଅଭିମୁଖେ ଯିବେ ଏବଂ ଶ୍ରୀଜିଉଙ୍କୁ ଦର୍ଶନ କରିବେ।

ଶ୍ରୀମନ୍ଦିରରେ ଦର୍ଶନ ସାରି ରାଷ୍ଟ୍ରପତି ରାମନାଥ କୋବିନ୍ଦ କୋଣାର୍କ ପରିଦର୍ଶନ କରିବେ। ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ୟନ୍ତ ଅଧଘଣ୍ଟା କୋଣାର୍କ ସୂର୍ଯ୍ୟମନ୍ଦିର ବୁଲି ଦେଖିବେ। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ଗତକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏଥିସହ ରାଉରକେଲା ଆଇଜିଏଚ୍ ସୁପରସ୍ପେସିଆଲିଟି ହସ୍ପିଟାଲ୍‌ର ଉଦଘାଟନ କରିଥିଲେ। ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିଥିଲେ।

Comments are closed.