Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା, ଜିଲ୍ଲାସ୍ତରରେ କଡ଼ାକଡ଼ି ହେବ କଟକଣା

ଭୁବନେଶ୍ବର: ଆଜି ରାଜ୍ୟର କରୋନା ସ୍ଥିତି ସମୀକ୍ଷା କରିଛନ୍ତିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ବିଭିନ୍ନ ବିଭାଗର ସଚିବ, ଜିଲ୍ଳାପାଳ ଓ ଏସପିଙ୍କ ସହ ଆଲୋଚନା ପରେ କଟକଣାକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସମୀକ୍ଷା ବୈଠକ ପରେ ବିଭିନ୍ନ ଜିଲ୍ଲାରେ କରୋନା କଟକଣା କଡାକଡି ହେବ। ଖାସକରି ବଜାର, ଧର୍ମାନୁଷ୍ଠାନ ଓ ବିବାହ ଉତ୍ସବ ଉପରେ ସରକାରଙ୍କର ଦୃଷ୍ଟି ରହିବ। କିନ୍ତୁ ନାଇଟ କର୍ଫ୍ୟୁକୁ ନେଇ ବୈଠକରେ କୌଣସି ନିଷ୍ପତି ହୋଇନଥିବା ନେଇ ସୂଚନା ମିଳିଛି। ସମସ୍ତ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦିଷ୍ଟ ଅଞ୍ଚଳରେ ସଂକ୍ରମଣ ବଢିଲେ କଣ୍ଟେନମେଣ୍ଟ ଜେନା ବ୍ୟବସ୍ଥା କରିବାକୁ କୁହାଯାଇଥିବା ବେଳେ ସର୍ବାଧିକ ପ୍ରଭାବିତ ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯିବ ବୋଲି ସୂଚନା ମିଳିଛି।

ଏସବୁ ଭିତରେ କୋଭିଡ ନିୟମ ପାଳନ ହେଉଛି କି ନାହିଁ ତାହା ଉପରେ ସ୍ୱତନ୍ତ୍ର ଦୃଷ୍ଟି ରଖିବ ପୋଲିସ। ରାଜ୍ୟରେ ଆରଟିପିସିଆର ଟେଷ୍ଟ ସଂଖ୍ୟାକୁ ବଢାଇବା ଦିଗରେ ଗୁରୁତ୍ୱ ଦିଆଯାଇଥିବା ବେଳେ ଏନେଇ ଜିଲ୍ଲାସ୍ତରରେ ଆବଶ୍ୟକ ହେଉଥିବା କର୍ମଚାରୀଙ୍କ ସଂଖ୍ୟା ବଢାଇବେ ସରକାର। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ କିଛି ପ୍ରସ୍ତାବ ଦିଆଯାଇଛି। ଯେଉଁଥିରେ ବାହାଘରରେ ୫ ଶହ ବଦଳରେ ୨ ଶହ ଲୋକ ସାମିଲ ପାଇଁ ପ୍ରସ୍ତାବ ଦିଆଯାଇଛି।

Comments are closed.