Odisha Link
Bridging the Missing Links in Odisha

କଟକର ଆଉ ଏକ ଶିକ୍ଷାନୁଷ୍ଠାନରୁ ୪କରୋନା ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କଟକର ଆଉ ଏକ ଶିକ୍ଷାନୁଷ୍ଠାନରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର XIMBରୁ ୪୫ ଜଣ ପଜିଟିଭ ଚିହ୍ନଟ ପରେ ଶିକ୍ଷନୁଷ୍ଠାନକୁ ସିଲ୍‌ କରି ଦିଆଯାଇଛି। ପୁଣି କଟକର ଆଉ ଏକ ଘରୋଇ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରବିବାର ଦିନ ଉକ୍ତ ଶିକ୍ଷାନୁଷ୍ଠାନରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କର କଣ୍ଟାକ୍ଟ୍‌ ଟ୍ରେସିଂ କରାଯିବା ପରେ ଗତକାଲି ଶିକ୍ଷାନୁଷ୍ଠାନର ଆଉ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସିଏମ୍‌ସି ସ୍ୱାସ୍ଥ୍ୟ ଅଧିକାରୀ ଡଃ ସତ୍ୟବ୍ରତ ମହାପାତ୍ର ସୂଚନା ଦେଇଛନ୍ତି।

Comments are closed.