ରାଜ୍ୟରେ କରୋନା: ୧୧୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଉପର ମୁହାଁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୦୭୬ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 22nd March
New Positive Cases: 113
In quarantine: 67
Local contacts: 46(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 2
3. Bargarh: 1
4. Balangir: 3
5. Boudh: 1
6. Cuttack: 17— I & PR Department, Odisha (@IPR_Odisha) March 23, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ୍ ପୁୁଲ୍ରୁ ୩ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୦୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୯୮ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୬୨୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୮୩୫୫୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.