Odisha Link
Bridging the Missing Links in Odisha

ଭୁବନେଶ୍ୱର କେଭି-୧ରୁ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ର ଜଣେ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ଏନେଇ କେନ୍ଦ୍ରୀୟ ବିଦ୍ୟାଳୟ-୧ ଭାଇସ୍ ପ୍ରିନ୍ସିପାଲ ଉପେନ୍ଦ୍ର ସିଂ ସୂଚନା ଦେଇଛନ୍ତି। ଭାଇସ୍ ପ୍ରିନ୍ସିପାଲ କହିଛନ୍ତି,ପୂର୍ବରୁ ଛାତ୍ରଙ୍କ ବାପା ପଜିଟିଭ ଚିହ୍ନଟ ହୋଇଥିଲେ। ଛାତ୍ର ଜଣକ ଗତ ଶନିବାର ଗୋଟିଏ ଦିନ ପରୀକ୍ଷା ଦେବାକୁ ସ୍କୁଲ ଆସିଥିଲେ।

ତାଙ୍କ ଟାରେ କରୋନା ଲକ୍ଷଣ ଦେଖାଦେବାରୁ ଟେଷ୍ଟ କରାଯାଇଥିଲା, ଫଳରେ ତାଙ୍କର ନମୁନା ପଜିଟିଭ୍ ଆସିଛି। ଛାତ୍ରଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି, ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଆଜି ବିଦ୍ୟାଳୟର ଅନ୍ୟ ଛାତ୍ରଛାତ୍ରୀଙ୍କ ନମୁନା ପରିକ୍ଷା କରିବ ବିଏମସି।

Comments are closed.