Odisha Link
Bridging the Missing Links in Odisha

ରାଜ୍ୟରେ ୨୦୦ ଟପିଲା କରୋନା ସଂଖ୍ୟା, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୬ ଓ ସ୍ଥାନୀୟ ଅଞ୍ଚଳରୁ ୮୮ ଜଣ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ ,କଟକ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହ ପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ୩ଜଣ କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୩ ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜଜିଲ୍ଲାରୁ ୯ଜଣ, ନବରଙ୍ଗଜିଲ୍ଲାରୁ ଜଣେ, ନୂଆପଡ଼ାଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ାଜିଲ୍ଲାରୁ ୩ଜଣ , ସମ୍ବଲପୁରଜିଲ୍ଲା ୧୦ଜଣ, ସୁନ୍ଦରଗଡଜିଲ୍ଲାରୁ ୨୭ଜଣ , ଷ୍ଟେପୁଲରୁ ୭ଜଣ ଲେଖାଏଁ କରୋନା ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୪୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୧୫୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୬୩୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୮୯୨୧୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.