Odisha Link
Bridging the Missing Links in Odisha

ଆସନ୍ତାକାଲି ଭାରତ ବନ୍ଦ

ନୂଆଦିଲ୍ଳୀ: କୃଷି ଆନ୍ଦୋଳନକୁ ଆସନ୍ତାକାଲି ୪ ମାସ ପୂରିବାକୁ ଯାଉଛି । କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ଟି କୃଷି ବିଲକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଜାରି ରଖିଛନ୍ତି ।

କିଷାନ ମୋର୍ଚ୍ଚା ଆସନ୍ତା କାଲି ଭାରତ ବନ୍ଦ ଡାକରା ଦେଇଛନ୍ତି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳନ କରାଯିବ । ବନ୍ଦ ବେଳେ ପୂରା ଦେଶରେ ସଡ଼କ, ରେଳ ପରିବହନ ସହ ବଜାର ବନ୍ଦ ରହିବ ବୋଲି କୁହାଯାଇଛି ।

କୃଷକ ନେତା ଦର୍ଶନ ପାଲ କହିଛନ୍ତି କି ‘ଏହି ଆନ୍ଦୋଳନକୁ ସଫଳ କରିବାକୁ ଆମେ ଦେଶବାସୀଙ୍କୁ ଅନୁରୋଧ କରୁଛୁ’ । ଅନ୍ୟପଟେ କୃଷକ ନେତା ବୁଟାସିଂ ବୁର୍ଜଗିଲ କହିଛନ୍ତି କି ଆନ୍ଦୋଳନକୁ ୪ ମାସ ପୂରିଲାଣି । ସରକାର ଏନେଇ କିଛି ବିଚାର କରୁଥିବା ଭଳି ମନେ ହେଉନାହିଁ। ତେଣୁ ଆମେ ଭାରତ ବନ୍ଦର ଡାକରା ଦେଇଛୁ ।

ଏହି ଭାରତ ବନ୍ଦ ପାଳନ ବେଳେ ଶାନ୍ତି ବଜାୟ ରଖିବାକୁ ସେ କୃଷକମାନଙ୍କୁ କହିଛନ୍ତି । ଏହାସହ ମାର୍ଚ୍ଚ ୨୮ ତାରିଖ ଦିନ ହୋଲିକା ଦହନ ଅବସରରେ କୃଷି ଆଇନର ପ୍ରତୀକାତ୍ମକ ଛବି ଦହନ କରାଯିବ ବୋଲି ସେ କହିଛନ୍ତି।

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି କହିଛନ୍ତି କି ଏହି ବନ୍ଦ ପାଳନ ଦିନ ୧ ଟା ପର୍ଯ୍ୟନ୍ତ ପାଳନ କରାଯିବ। ଦିନ ୧ ଟା ପରେ ସବୁ ସରକାରୀ ସଂସ୍ଥାନ ଖୋଲା ରହିବ ଓ ଆରଟିସି ବସ୍ ଚାଲିବ।

Comments are closed.