କରୋନା: ରାଜ୍ୟରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ତା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ୨୪ଘଣ୍ଟାରେ ଜଣଙ୍କର ମୃତ୍ୟୁ ହୋଇଛି।
ମୃତକ କରୋନା ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲ୍ଲାର ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ଏହାକୁ ମିଶାଇ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ରାଜ୍ୟରେ ୨୧ ଟି ଜିଲ୍ଲାରୁ ୨୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨୪ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୮୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି।