ବଢ଼ିଲା ବିଦ୍ୟୁତ୍ ଦର, ଏପ୍ରିଲ ୪ରୁ ଲାଗୁ

ଭୁବନେଶ୍ଵର: କିଛି ଦିନର ବିରତି ପରେ ରାଜ୍ୟରେ ପୁଣି ଥରେ ବଢିଲା ବିଦ୍ୟୁତ୍ ଦର। ୟୁନିଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି ହୋଇଛି। ରାଜ୍ୟରେ ବିଦ୍ୟୁତ୍ ଦର ବୃଦ୍ଧିକୁ ଓଇଆରସି ପକ୍ଷରୁ ମଞ୍ଜୁରୀ ମିଳିଛି। ଏପ୍ରିଲ ୪ରୁ ଲାଗୁ ହୋଇପାରେ ବର୍ଦ୍ଧିତ ଦର। କିନ୍ତୁ ବିପିଏଲ ଏବଂ ଜଳସେଚନ ଉପଭୋକ୍ତାଙ୍କ ପାଇଁ ଦର ଅପରିବର୍ତ୍ତିତ ରହିଛି।
ପ୍ରକାଶ ଯେ, ମିଟର ରେଣ୍ଟ, ମାସିକ ସର୍ବନିମ୍ନ ଚାର୍ଜ ମଧ୍ୟ ଅପରିବର୍ତ୍ତିତ ରହିଛି। ଘରୋଇ ଓ ସିଙ୍ଗଲ ଫେଜ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ବିଲ୍ରେ ୨ ପ୍ରତିଶତ ରିହାତି ରହିଛି। ଏପରିକି ଡିଜିଟାଲରେ ପେମେଣ୍ଟ କଲେ ଉପଭୋକ୍ତାଙ୍କୁ ରିହାତି ମିଳିବ। ଏହା ବ୍ୟତୀତ ସମସ୍ତ ପ୍ର-ପେଡ୍ ଉପଭୋକ୍ତାଙ୍କୁ ମଧ୍ୟ ୨ ପ୍ରତିଶତ ରିହାତି ମିଳିବ।
Comments are closed.