Odisha Link
Bridging the Missing Links in Odisha

ରାଜ୍ୟରେ ପୁଣି ୨୦୦ ଟପିଲା ସଂକ୍ରମଣଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଉପର ମୁହାଁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ବୃଦ୍ଧି ପାଉଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୯୦୪ରେ ପହଞ୍ଚିଛି।

 ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ବରରୁ ୬, ପୁରୀରୁ ୫, , ଝାରସୁଗୁଡାରୁ ୪, ଗଞ୍ଜାମରୁ ୩, କେନ୍ଦ୍ରାପଡା, ନୟାଗଡ଼ ଓ ରାୟଗଡ଼ାରୁ ୨ଜଣ ଲେଖାଏଁ ଓ ଢେଙ୍କାନାଳ, କେନ୍ଦୁଝର ଓ ନବରଙ୍ଗପୁରରୁ ଜଣେ, ଖୋର୍ଦ୍ଧାରୁ ୫୧, ନୂଆପଡାରୁ ୨୩, କଟକରୁ ୧୯, ବଲାଙ୍ଗିର ଜିଲ୍ଲାରୁ ୧୨, କଳାହାଣ୍ଡି ଜିଲ୍ଲାରୁ ୧୨, ସୁନ୍ଦରଗଡ଼଼ ଜିଲ୍ଲାରୁ ୧୨ , ସମ୍ବଲପୁରରୁ ୧୧, ବରଗଡ଼ ୮, ଯାଜପୁର ଜଣ , ମୟୂରଭଞ୍ଜରୁ ୮ଜଣ , ଷ୍ଟେଟପୁଲରୁ ୧୨ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୪୫୦ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୬୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୯୨୦୪୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.