Odisha Link
Bridging the Missing Links in Odisha

ଆଗାମୀ ୨୦ ବର୍ଷ ଯାଏଁ ଓଡ଼ିଶାରେ ଗଡ଼ିବନି ମେଟ୍ରୋ ଟ୍ରେନ୍: ପ୍ରତାପ ଜେନା

ଭୁବନେଶ୍ବର: ଆଗାମୀ ୨୦ ବର୍ଷ ଯାଏଁ ରାଜ୍ୟରେ ଗଡ଼ିବନି ମେଟ୍ରୋ ଟ୍ରେନ୍। ଆଜି ବିଧାନସଭାରେ ଏଭଳି କିଛି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।

ଆଜି ବିଧାନସଭାରେ ଉଠିଥିଲା ଟୁଇନ୍‌ ସିଟି ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ। ଜଟଣୀ ବିଧାୟକ ସୁର ରାୁତରାୟଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ଭୁବନେଶ୍ୱର- କଟକ ମଧ୍ୟରେ ମେଟ୍ରୋ ରେଳ ଚାଲିବା ପାଇଁ କୌଣସି ପ୍ରସ୍ତାବ ନାହିଁ କି ଏଥିପାଇଁ କୌଣସି କମ୍ପାନିକୁ ଅର୍ଥ ଦିଆଯାଇ ନାହିଁ।

ସେ ଆହୁରି କହିଛନ୍ତି ଯେ, ଭୁବନେଶ୍ୱର-କଟକ ଭିତରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏକ ସର୍ଭେ କରାଯାଇଥିଲା। ଏଥିଲାଗି ଟେଣ୍ଡର ହୋଇଥିଲା। ଏଥିରେ ୫ଟି କମ୍ପାନି ଭାଗ ନେଇଥିଲେ। ଏଥିରେ ଵାଲାଜି ରେଲ ଆଣ୍ଡ ରୋଡ ବର୍ଷାଲିକୁ ସର୍ଭେ ପାଇଁ ଟେଣ୍ଡର ଦିଆଯାଇଥିଲା। ହୋଇଥିବା ସର୍ଭେ ଆମେ ଖୋର୍ଦ୍ଧା ଓ ଜଟଣୀ ପର୍ଯ୍ୟନ୍ତ ମେଟ୍ରୋ ଚଳାଇବା ପାଇଁ ଆମେ ପ୍ରସ୍ତାବ ଦେଇଥିଲୁ । ପୁଣି ଥରେ ସର୍ଭେ କରିବା ପାଇଁ ଆମେ ଦାବି କରିବୁ। ଏଥିରେ କଟକରୁ ଚଣ୍ଡିଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏହାକୁ ସମ୍ପ୍ରସାରଣ ପାଇଁ ପ୍ରସ୍ତାବ ଦେବୁ ବୋଲି ଶ୍ରୀ ଜେନା କହିଛନ୍ତି।

୨୦୪୧ ମସିହା ପର୍ଯ୍ୟନ୍ତ ଟୁଇନ ସିଟିରେ ମେଟ୍ରୋ ରେଳ ଗଡ଼ିବା ଅସମ୍ଭବ। ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନଥିବାରୁ ଏହାକୁ ଆଗକୁ ବଢାଯାଇପାରୁନି । ଏହି ସର୍ଭେ ପାଇଁ କେନ୍ଦ୍ର ସରକାର ୧୨ ଲକ୍ଷ ୬୧ ହଜାର ଟଙ୍କା ଦେଇଥିବା ବେଳେ କମ୍ପାନିକୁ ରାଜ୍ୟ ସରକାର ୫୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ବୋଲି ଆଜି ଗୃହରେ ମନ୍ତବ୍ୟ ରଖିଛନ୍ତି ମନ୍ତ୍ରୀ ପ୍ରତାପ ଜେନା।

Comments are closed.