Odisha Link
Bridging the Missing Links in Odisha

ଡରାଇଲାଣି କରୋନା: ରାଜ୍ୟରେ ୨୯୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ପୁଣି କାୟା ମେଲାଇ ଲାଣି ମହାମାରୀ କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଯାହା ଏବେ ପୁଣି ଥରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ କରୋନା ଗ୍ରାଫ୍‌ ଉପର ମୁହାଁ ହେବାକୁ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍‌ରେ ଥିବା ବେଳେ ୧୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଜରିଆରେ ସୂଚନା ପ୍ରଦାନ କରାଯାଇଛି।

ହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜମ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲରାୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ ପୁଲ୍‌ରୁ ୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୦୯୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୦୧୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୬୯୩୦ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୦୪୩୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.