୪ ବରିଷ୍ଠ ନେତାଙ୍କୁ ପିପିଲି ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ମାହୋଲ ସରଗରମ ହୋଇ ଉଠିଛି। ଆଜିଠୁ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଥିବା ବେଳେ ୪ ବରିଷ୍ଠ ନେତାଙ୍କୁ ପିପିଲି ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦେବୀ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଂଜୟ ଦାସବର୍ମାଙ୍କୁ ପିପିଲି ଦାୟିତ୍ୱ ଦିଆଯାଇଛି। ୪ ନେତାଙ୍କୁ ଦାୟିତ୍ୱ ଦିଆଯାଇଥିବା ନେଇ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।
ଗତକାଲି ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ମୋଟ ୧୨ଜଣ ପ୍ରାର୍ଥୀ ନିଜର ନାମାଙ୍କନ ଦାଖଲ କରିଛନ୍ତି। ତେବେ ପିପିଲି ଉପ ନିର୍ବାଚନ ପାଇଁ ମୋଟ ୧୫ ଜଣ ପ୍ରାର୍ଥୀ ନିଜର ନାମାଙ୍କନ ଦାଖଲ କରିଛନ୍ତି। ମୋଟ ୨୯ସେଟ ନାମାଙ୍କନପତ୍ର ଦାଖଲ ହୋଇଛି। ଆଜି ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଆସନ୍ତା ୩ ଓ ୪ ତାରିଖ ନାମାଙ୍କନପତ୍ର ପ୍ରତ୍ୟାହାର ରହିଛି। ଆସନ୍ତା ୧୭ରେ ପିପିଲି ଉପ ନିର୍ବାଚନ ହେବ।