Odisha Link
Bridging the Missing Links in Odisha

ଉତ୍କଳ ବିଶ୍ବବିଦ୍ୟାଳୟର ଉନ୍ନତି ପାଇଁ ବର୍ଷକର ଦରମା ଦେଲେ ଧର୍ମେନ୍ଦ୍ର

ନିଜର ଏକ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟର ଉନ୍ନତି ପାଇଁ ନିଜର ଏକ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ନିଜର ଦରମା ରାଜ୍ୟପାଳ ତଥା ଉତ୍କଳ ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତି। ଏନେଇ ଉତ୍କଳ ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଟୁଇଟ କରି ସୂଚନା ଦେଇଛନ୍ତି।

ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ ଜୁବୁଲିରେ ନିଜର ଦରମା ଉତ୍କଳ ବିଶ୍ବବିଦ୍ୟାଳୟର ବିକାଶ ପାଇଁ ଦେବାକୁ ଘୋଷଣା କରିଥିଲେ ଧର୍ମେନ୍ଦ୍ର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

 

Comments are closed.