Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ଆଶଙ୍କା। କାଳବୈଶାଖୀକୁ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୫ ଜିଲ୍ଲା ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡରେ ଘୂର୍ଣ୍ଣିଝଡ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଜୁଳି, ଘଡଘଡି ସହ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଏଥିସହ ୧୩ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡ, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ଭଦ୍ରକ, ନୟାଗଡ, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡାରେ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.