କଳାହାଣ୍ଡିର ଲିମସେର ଗାଁକୁ କଣ୍ଟେନମେଣ୍ଟ ଘୋଷଣା
ଗାଁରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

କଳାହାଣ୍ଡି: ପୁଣି କାୟା ବିସ୍ତାର କଲାଣି ମହାମାରୀ କରୋନ। ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହାର ବଢ଼ିବାରେ ଲାଗିଛି। କଳାହାଣ୍ଡି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଲିମସେର ଗାଁରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସ୍ୱାସ୍ଥ୍ୟ ବିଭାଗ ସୂଚନା ଆଧାରରେ ସମ୍ପୃକ୍ତ ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି ସରପଞ୍ଚ। ଆଜିଠୁ ଲାଗୁ ହୋଇଥିବା କଟକଣା ୮ ତାରିଖ ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ ବୋଲି ଘୋଷଣା କରିଛନ୍ତି ସରପଞ୍ଚ।
ଅନ୍ୟପଟେ ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ୨ ନମ୍ବର ୱାର୍ଡ ଡାକପାଳର ସ୍କୁଲ ସାହି ଓ ୫ ନମ୍ବର ୱାର୍ଡର ୫ଟି ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିବା ଜଣାପଡିଛି। ଆଜି ରାଜ୍ୟରେ ପୁଣି ୪୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ରେ ପହଞ୍ଚିଛି।