Odisha Link
Bridging the Missing Links in Odisha

ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହାର ବଢିବାରେ ଲାଗିଛି। ବର୍ତ୍ତମାନର ସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଇ ଥିବା ବେଳେ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତ ରହିଛନ୍ତି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି।

ସେ ଆହୁରି କହିଛନ୍ତି ଯେ, କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି। ସମଗ୍ର ଭାରତ ବର୍ଷର ବିଭିନ୍ନ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି। ସରକାର ସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି। ସମସ୍ତ ହସ୍ପିଟାଲକୁ ପ୍ରସ୍ତୁତ ରହିବା ପାଇଁ ଆମେ ନିର୍ଦ୍ଦେଶ ଦିଆଯାଇଛି। ଅକ୍ସିଜେନ, ବେଡ଼, ଆବଶ୍ୟକତା ଅନୁଯାୟୀ ମେଡ଼ିସିନ, ଭେଣ୍ଟିଲେଣ୍ଟର ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ସୀମାବର୍ତ୍ତି ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି। ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କର ସ୍କ୍ରିନିଂ କରାଯାଇ ଆଣ୍ଟିଜେନ ଟେଷ୍ଟ କରିବା ଲାଗି ମଧ୍ୟ କୁହାଯାଇଛି। ରାଜ୍ୟରେ ଟୀକା କରଣ ବ୍ୟାପକ ଭାବେ ଚାଲିଛି।

ଅଟୋ ଡ୍ରାଇଭର, ମାଂସ ବିକାଳୀ, ହୋଟେଲ କର୍ମଚାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବ। ରାଜ୍ୟକୁ ଆଉ ଟିକା ଦେବାକୁ କେନ୍ଦ୍ର ସରକାରଙ୍କ କହିଛୁ। ଟୀକା ପାଇଁ କୌଣସି ସମସ୍ୟା ରହିବ ନାହିଁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି।

Comments are closed.