Odisha Link
Bridging the Missing Links in Odisha

ଭୁବନେଶ୍ୱର ରେଳ ଷ୍ଟେସନରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ସାରା ଦେଶ ସମେତ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କରୋନା ମହାମାରୀର ୨ୟ ତରଙ୍ଗକୁ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି। କିନ୍ତୁ ଲୋକେ ସଚେତନ ହେଉଥିବା ଦେଖିବାକୁ ମିଳୁନାହିଁ। ଆଜି ଭୁବନେଶ୍ୱର ରେଳ ଷ୍ଟେସନରୁ ୨ଜଣ ଯାତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ରବିବାର ଦିନ ଭୁବନେଶ୍ୱର ରେଳ ଷ୍ଟେସନରୁ ପ୍ରଥମ ଥର ପାଇଁ ୨ଜଣ ଯାତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ତୁରନ୍ତ ଆକ୍ରାନ୍ତଙ୍କୁ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଉଭୟଙ୍କ ସଂସ୍ପର୍ଶରେ କିଏ କିଏ ଆସିଛି। ସେନେଇ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିକୁ ନେଇ ତନାଘନା ଚାଲିଛି।

ତେବେ ରେଳ ଷ୍ଟେସନରେ ସଂକ୍ରମିତ ଚିହ୍ନଟ ପରେ ଟେଷ୍ଟିଂକୁ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ସେପଟେ ରାଜଧାନୀ ଭୁବନେଶ୍ୱରରେ ଥିବା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ବା ଏସବିଆଇର ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। କାର୍ଯ୍ୟାଳୟରୁ ୮ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ପରେ ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

Comments are closed.