Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା, ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅପରାହ୍ନ ୧ଟା୩୦ରୁ ଆସନ୍ତାକାଲି ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରାଯାଇଛି।

ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ, ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ରାଜ୍ୟର ବାକି ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଏହି ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାରିପାଗ ବିଭାଗ।

Leave A Reply

Your email address will not be published.