Odisha Link
Bridging the Missing Links in Odisha

୧୦ ଦିନ ସ୍ପେଶାଲ ଡ୍ରାଇଭ୍ ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର କରୋନା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବରିଷ୍ଠ ଅଧିକାରୀମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବପୂର୍ଣ୍ଣ ବୈଠକରେ ଆଲୋଚନା କରିଛନ୍ତି। କରୋନା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସମସ୍ତଙ୍କୁ ସତର୍କ ରହିବାକୁ ପଡ଼ିବ। କାରଣ ଅନେକ ଜୀବନ ବାଜିରେ ଲାଗିଛି. ସତର୍କ ନ ହେଲେ ସ୍ଥିତି ସାଂଘାତିକ ହେବ। ଏଥିପାଇଁ ବ୍ୟକ୍ତିଗତ ଓ ସାମୁହିକ ସ୍ତରରେ କୋଭିଡ୍ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ପଡ଼ିବ। ୧୦ଦିନ କରୋନା କଟକଣା ସାରା ରାଜ୍ୟରେ କଡ଼ାକଡ଼ି ପାଳନ ହେବ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷର ମାସ୍କ, ସାମାଜିକ ଦୂରତ୍ବ ନେଇ ସଚେତନତା ସୃଷ୍ଟି କରାଯିବ। ତେଣୁ ସମସ୍ତେ କୋଭିଡ୍‌ ନିୟମ ମାନିବାକୁ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି।

ଆମ୍ବୁଲାନ୍ସ ଓ ଅକ୍ସିଜେନ୍‌ ବ୍ୟବସ୍ଥା ପ୍ରସ୍ତୁତ ରଖିବା ସହ କରୋନା ମୁକାବିଲା ପାଇଁ ହସ୍ପିଟାଲ୍‌ ଭିତ୍ତିଭୂମି ଦୃଢ଼ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। ଆମ୍ବୁଲାନ୍ସ ନଆସିବା, ହସ୍ପିଟାଲରେ ବେଡ୍‌ ନଥିବା ଗ୍ରହଣ କରାଯିବନି। ଏନେଇ ଯେମିତି କିଛି ଅଭିଯୋଗ ନଆସିବ, ସେଥିପାଇଁ ସମସ୍ତେ ଦାୟିତ୍ବ ସମ୍ପନ୍ନ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପଶ୍ଚିମ ଓଡ଼ିଶାକୁ ତୁରନ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ପଠାଇବା ସହ ସ୍ଥିତି ଅନୁଧ୍ୟାନ କରି ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଛତିଶଗଡ଼ ସୀମାନ୍ତ ଜିଲା ଉପରେ ରାଜ୍ୟ ସରକାର ଫୋକସ୍‌ ଦେଇଛନ୍ତି। ଓଡ଼ିଶାର ସୀମାନ୍ତବର୍ତ୍ତି ଜିଲାଗୁଡ଼ିକରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖ ଗ୍ରାଉଣ୍ଡ ଜିରୋକୁ ଯାଇ ସେଠାକାର ସ୍ଥିତି ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ଏହାଛଡ଼ା ପଶ୍ଚିମ ଓଡ଼ିଶାରେ ଅଧିକ ସଂଖ୍ୟକ ଡାକ୍ତର, ପାରାମେଡିକାଲ୍‌ ଷ୍ଟାଫ୍‌ ଓ ଲ୍ୟାବ୍‌ ଟେକ୍ନିସିଆନ୍‌ ମୁତୟନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ପରେ ୧୦ ଦିନ ସ୍ପେଶାଲ୍ ଡ୍ରଇଭ୍ ଜରିଆରେ ଲୋକଙ୍କୁ ସତର୍କ କରିବା ପାଇଁ ପୁଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି। ସଂକ୍ରମଣ ହ୍ରାସ କରିବାକୁ ଅଧିକ ପୁଲିସ ମୁତୟନ ସହିତ ସାରା ରାଜ୍ୟରେ ପୁଲିସ ମୁତୟନ କରି ସ୍ପେଶାଲ୍‌ ଡ୍ରାଇଭ୍‌ କରିବାକୁ ପୁଲିସ ଡିଜିଙ୍କୁ କହିଛନ୍ତି। କୋଭିଡ୍‌ କଟକଣା ଓ ସୁରକ୍ଷା ନିୟମ କଡ଼ାକଡ଼ି ପାଳନ ପାଇଁ ଅଧିକ ପୁଲିସ ମୁତୟନ ନିର୍ଦେଶ ଦେଇଛନ୍ତି। ଅମାନିଆଙ୍କୁ ସାବାଡ଼ କରିବାକୁ ସାରା ରାଜ୍ୟରେ ପୁଲିସ ମୁତୟନ କରି ସ୍ପେଶାଲ ଡ୍ରାଇଭ ପାଇଁ ପୁଲିସ ଡିଜିଙ୍କୁ ନିର୍ଦେଶ ଦିଆଯାଇଛି।

ଏହି ସମୟରେ ମାସ୍କ, ସାମାଜିକ ଦୂରତ୍ୱ ନେଇ ସୂଚନା ଓ ପ୍ରସାରଣ ବିଭାଗ ସଚେତନତା କରିବ। ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ କରିଥିବା ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ବିଭାଗ ଏସିଏସ୍, ଉନ୍ନୟନ କମିଶନରଙ୍କ ସହ ରାଜ୍ୟର ସମସ୍ତ ଜିଲାପାଳ, ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.