କାଳବୈଶାଖୀ ଆଶଙ୍କା, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସହ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି।
ଆଗାମୀ ୨ ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭବନା ରହିଛି। ପାଗକୁ ଦେଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କହିଛି ପାଣିପାଗ ବିଭାଗ। ବିଶେଷକରି ବଜ୍ରପାତରୁ ରକ୍ଷା ପାଇବା ଖୋଲା ସ୍ଥାନରେ ନରହି ସୁରକ୍ଷିତ ଜାଗାକୁ ଯିବା ପାଇଁ କୁହାଯାଇଛି।