Odisha Link
Bridging the Missing Links in Odisha

ପିପିଲି ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ମାହୋଲ ପୁରା ସରଗରମ। ପ୍ରମୁଖ ରାଜନୈତିକ ଦଳମାନେ ଜୋରଦାର ପ୍ରଚାର ଚଲାଇଛନ୍ତି। ତିନି ପ୍ରମୁଖ ଦଳର ପ୍ରାର୍ଥୀମାନେ ଷ୍ଟାର ପ୍ରଚାରକଙ୍କୁ ସାଙ୍ଗରେ ଧରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା ଜାରି ରଖିଛନ୍ତି।

ବିଜୁ ଜନତା ଦଳ ପକ୍ଷରୁ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିରୁ ପ୍ରାର୍ଥୀ ହୋଇଥିବା ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ପ୍ରଚାର କରିବେ ବୋଲି ବିଜେଡି ବିଧାୟକ ଉମା ସାମନ୍ତରାୟ ସୂଚନା ଦେଇଛନ୍ତି।

ପ୍ରତି ଜିଲ୍ଲା ପରିଷଦ ଜୋନ୍ ଅନୁଯାୟୀ ପ୍ରଚାର କରାଯିବ। କର୍ମୀ ଏକାଠି ହେବା ସ୍ଥାନରେ ଏଲଇଡି ଲାଗିବ। ୩୫ ହଜାର ଭୋଟ୍ରେ ପିପିଲି ଉପନିର୍ବାଚନ ଜିତିବା ନେଇ ଯୋଜନା ରଖିଛି ଦଳ।

ଉଲ୍ଲେଖଯୋଗ୍ୟ, ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଖାଲିପଡିଥିବା ପିପିଲି ଆସନ ପାଇଁ ଆସନ୍ତା ୧୭ ତାରିଖରେ ଭୋଟ୍ ହେବ। ମେ’ ୨ ତାରିଖରେ ଉପନିର୍ବାଚନ ଫଳାଫଳ ଘୋଷଣା ହେବ।

Leave A Reply

Your email address will not be published.