Odisha Link
Bridging the Missing Links in Odisha

ଅବ୍ୟବହୃତ ସରକାରୀ ସମ୍ପତ୍ତି ମିଶନ ଶକ୍ତି ମହାସଂଘମାନଙ୍କୁ ହସ୍ତାନ୍ତର କର: ନବୀନ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଯିବ।

ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ସ୍ତରରରେ ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା- ସରକାରୀ କୋଠା, ଦୋକାନ ଘର, ଗଡ଼ିଆ ଓ ପୋଖରୀ ଇତ୍ୟାଦି ରହିଛି।

ଏଗୁଡ଼ିକୁ ସମ୍ପୃକ୍ତ ଜିଲ୍ଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇ ପାରିବେ। ସାଧାରଣ ଲୋକ ଉପକାର ପାଇବେ। ମିଶନ ଶକ୍ତିର ମାଆମାନେ ତାକୁ ଆଥିର୍କ କାର୍ଯ୍ୟରେ ଲଗାଇ ପାରିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ- ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି। ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି। ମାଆ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜଭୁତ୍ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି। ଆମର ସତୁରୀ ଲକ୍ଷ ମାଆ ମାନଙ୍କୁ ସଶକ୍ତ କରିବାରେ ଏହି ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା ରଖିଛନ୍ତି ସରକାର।

Leave A Reply

Your email address will not be published.