Odisha Link
Bridging the Missing Links in Odisha

ରାଜ୍ୟରେ ଅଣାୟତ୍ତ କରୋନା: ଦିନକରେ ୧୨୮୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ପୁଣି ଅଣାୟତ୍ତ କଲାଣି କରୋନା। ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି।

ଅନୁଗୋଳରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡରୁ ୮୪, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡାରୁ ୩୬, କଳାହାଣ୍ଡିରୁ ୧୦୮, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୬, ଖୋର୍ଧାରୁ ୧୯୨, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭, ନୟାଗଡରୁ ୧୦, ନୂଆପଡାରୁ ୮୨, ପୁରୀରୁ ୨୮, ରାୟଗଡାରୁ ୧୫, ସମ୍ବଲପୁରରୁ ୮୨, ସୋନପୁରରୁ ୧୨ ଓ ସୁନ୍ଦରଗଡରୁ ୨୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.