Odisha Link
Bridging the Missing Links in Odisha

କରୋନା ନେଲା ଆଉ ଦୁଇ ମୁଣ୍ଡ

ଭୁବନେଶ୍ୱର: ହୁହୁ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ କରୋନା ଗ୍ରାଫ୍‌ ଉପରମୁହାଁ ରହୁଛି। ଯାହା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩୭୪ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

ଉକ୍ତ ମୃତକଙ୍କ ଦ୍ୱୟ ବଲାଙ୍ଗିର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୧୯୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ୭୦୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୩୩୮୭୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.