Odisha Link
Bridging the Missing Links in Odisha

କରୋନା: ଦୁଇ ଜେଲରେ ୯ ପଜିଟିଭ

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି।

ଏହାରି ଭିତରେ ଏକ ବଡ଼ ଖବର ଆସିଛି। ତାହା ହେଲା ଗଜପତି ଜିଲ୍ଲାର ୨ଟି ଜେଲରୁ ୯ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରାଳାଖେମୁଣ୍ଡି ସବଜେଲର ୩ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆର.ଉଦୟଗିରି ସବଜେଲର ୬ ଅନ୍ତେବାସୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଜେଲର ଆଇସୋଲେସନ ସେଲରେ ୯ ଜଣଙ୍କୁ ରଖାଯାଇଥିବା ଜଣାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଉ ୧୩୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୫୬୧ରେ ପହଁଚିଛି । ଅପରପକ୍ଷରେ ୭୯୭୯ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ଜଣାପଡ଼ିଛି ।

Leave A Reply

Your email address will not be published.