Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପା-ଝିଅଙ୍କ ଜୀବନ

କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହକୁ ରଖି ରାସ୍ତା ଅବରୋଧ କରିଛନ୍ତି

ଚଣ୍ଡିଖୋଲ: ଅକାଳରେ ଚାଲିଗଲା ଜୀବନ। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପା-ଝିଅଙ୍କ ଜୀବନ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ।

ମିଳିଥିବା ସୂଚନା ମୁତାବିକ, ଧର୍ମଶାଳାର ନେଳପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଯାହାଫଳରେ ଘଟଣାସ୍ଥଳରେ ବାଇକରେ ଯାଉଥିବା ବାପା ଝିଅଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।

ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଦାୟିତ୍ୱରେ ନିୟୋଜିତ ଥିବା ଠିକା ସଂସ୍ଥା ଡିବିଏଲର ଗାଡି ଧକ୍କାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ସେପଟେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହକୁ ରଖି ରାସ୍ତା ଅବରୋଧ କରିଛନ୍ତି।

Leave A Reply

Your email address will not be published.