Odisha Link
Bridging the Missing Links in Odisha

ପିପିଲି ଉପନିର୍ବାଚନ: ରୁଦ୍ରଙ୍କ ପାଇଁ ଭର୍ଚୁଆଲ ପ୍ରଚାର କଲେ ନବୀନ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ରାଜନୌତିକ ମାହୋଲ ସରଗରମ ଥିବା ବେଳେ ଜୋର ଧରିଛି ପ୍ରଚାର ପ୍ରସାର। ସବୁ ଦଳ ନିଜ ପାର୍ଥିୀଙ୍କ ପାଇଁ ପ୍ରଚାର କରୁଥିବା ବେଳେ ଆଜି ପ୍ରଚାର ମୈଦାକୁ ଓଲ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ପିପିଲିରେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ନବୀନଙ୍କ ପ୍ରଚାର କରିଛନ୍ତି। ଭର୍ଚୁଆଲ ମାଧ୍ୟମରେ ବିଜେଡି ସୁପ୍ରିମୋ ପ୍ରଚାର ଆରମ୍ଭ କରିଛନ୍ତି। କରୋନା ମହାମାରୀ ପାଇଁ ପିପିଲି ନ ଯାଇ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିଛନ୍ତି ନବୀନ।

ପିପିଲି ବିଜେଡ଼ି ପ୍ରାର୍ଥୀ ରୁଦ୍ର ମହାରଥିଙ୍କ ପାଇଁ ଉପସ୍ଥିତ ଭୋଟରଙ୍କୁ ଭୋଟ ଦେବାକୁ ଆହ୍ୱାନ ଦେଇଛନ୍ତି ନବୀନ। ୬ଟି ଜିଲ୍ଲା ପରିଷଦ ଜୋନବାସୀଙ୍କୁ ସମ୍ବୋଧନ କରି ସୁପ୍ରିମୋ କହିଛନ୍ତି ଏହି ପବିତ୍ର ଐତିହ୍ୟ ସମ୍ପୂର୍ଣ୍ଣ ମାଟିକୁ ମୋର ପ୍ରଣାମ। ପିପିଲିର ସମସ୍ତ ଭାଇ-ଭଉଣୀଙ୍କୁ ନମସ୍କାର ଜଣାଇବା ସହ ପିପିଲି ଚାନ୍ଦୁଆକୁ ନେଇ ଗର୍ବିତ ବୋଲି କହିଛନ୍ତି।

ବିଜେଡି ସୁପ୍ରିମୋ କହିଛନ୍ତି ମୋ ପ୍ରତି ଆପଣମାନଙ୍କ ଭଲ ପାଇବା ରହିଛି, ମୁଁ ପିପିଲି ଯିବାକୁ ଆଗ୍ରହୀ କିନ୍ତୁ କୋଭିଡର କଟକଣା ବାଧକ ସାଜିଛି। ଯେଉଁଥିପାଇଁ ମୁଁ ଆଜି ଭର୍ଚୁଆଲ ଯୋଗେ ଆପଣମାନଙ୍କୁ ଭେଟୁଛି। ସେହିପରି ପିପିଲି-ଡେଲାଙ୍ଗର ବିକାଶ ଆଗକୁ ଆହୁରି ଆଗେଇବ। ଏହାର ବିକାଶ ଦାୟିତ୍ବ ନିଜେ ନେବାକୁ ମଧ୍ୟ ଘୋଷଣା କରିଛନ୍ତି ସୁପ୍ରିମୋ।

ପିପିଲି-ଡେଲାଙ୍ଗରେ ଅନେକ ବିକାଶ ହୋଇଛି, ଆଗକୁ ମଧ୍ୟ ଏହି ପ୍ରକ୍ରିୟା ତ୍ବରିତ ହେବ। ଏଥିପାଇଁ ସ୍ବର୍ଗତ ମହାରଥିଙ୍କ ଅବଦାନ ଅତୁଳନୀୟ। ପୁନର୍ବାର ଏହି କାର୍ଯ୍ୟକୁ ଆଗେଇ ନେବା ପାଇଁ ବିଜେଡ଼ି ସମର୍ଥିତ ପ୍ରାର୍ଥୀ ରୁଦ୍ର ମହାରଥିଙ୍କୁ ବୋଟ ଦେବା ପାଇଁ ନିବେଦନ କରିଛନ୍ତି ବିଜେଡି ସୁପ୍ରିମୋ । ସେହିପରି ନବୀନ କହିଛନ୍ତି କୋଭିଡ ସ୍ଥିତି ହଟିବା ପରେ ମୁଁ ନିଶ୍ଚିତ ପିପିଲି ଯାଇ ଆପଣମାନଙ୍କୁ ଭେଟିବି ।

Leave A Reply

Your email address will not be published.