Odisha Link
Bridging the Missing Links in Odisha

ବେକାବୁ କରୋନା: ରାଜ୍ୟରେ ୧୭୮୪ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ହୁହୁ ବଢିବାରେ ଲାଗିଛି ମହାମାରୀ କରୋନା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୪୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୩୦୮୬ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୮୭ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲରାୁ ୨ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୮୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ,

କେନ୍ଦୁଝର ଜିଲ୍ଲାରୁ ୫୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୩ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୬୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୪୨୮୪୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି।

 

Leave A Reply

Your email address will not be published.