Odisha Link
Bridging the Missing Links in Odisha

ଆଉ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ହୁହୁ ହେଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଲଗାତର ଭାବେ କରୋନା ଗ୍ରାଫ ଉପର ମୁହାଁ ରହୁଛି। ଯାହା ବର୍ତ୍ତମାନ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କଲାଣି। ଏହାର ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୮୪ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଦ୍ବୟ ଭଦ୍ରକ ଓ ବଲାଙ୍ଗୀର ଜିଲ୍ଲାରୁ ବେଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୫୩ ହଜାର ୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୨୫୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୪୦ ହଜାର ୬୦୦ ଜଣ ସୁସ୍ଥ ହୋଇଛନ୍ତି। ୧୯୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୯୪ ଲକ୍ଷ ୨୮ ହଜାର ୪୬୯ସାମ୍ପୁଲ ଟେଷ୍ଟ୍ ହୋଇଛି।

 

 

 

Leave A Reply

Your email address will not be published.