Odisha Link
Bridging the Missing Links in Odisha

ଆଜିଠୁ ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ

ଭୁବନେଶ୍ୱର: ହୁହୁ ବଢିବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା। ରାଜଧାନୀରେ ମଧ୍ୟ ସଂକ୍ରମଣ ହାର ଦିନକୁ ଦିନ ବଢିବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆଜିଠାରୁ ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ।

ଆଇସିୟୁ ସହ ମୋଟ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପୁନଃ କାର୍ଯ୍ୟକ୍ଷମ ହେବ। ସମ୍ କୋଭିଡ ହସ୍ପିଟାଲର ଶଯ୍ୟା ସଂଖ୍ୟାକୁ ୨୫୦ରୁ ୫୦୦କୁ ବୃଦ୍ଧି କରାଯାଇଛି। ପଟିଆ ୬୦ ଓ ଡୁମୁଡୁମାରେ ୪୫ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଖୋଲିବାକୁ ନିଷ୍ପତ୍ତି ହୋଇଛି।

ଏହା ପୂର୍ବରୁ ଘାଟିକିଆ, ଗଜପତିନଗର ଓ କିଟରେ ୩ ଟି OYO ହୋଟେଲରେ 40ଟି ଶଯ୍ୟା ବିଶିଷ୍ଟ ଦେୟ ଯୁକ୍ତ ସଂଗରୋଧ ଗୃହ କରାଯାଇଛି।