Odisha Link
Bridging the Missing Links in Odisha

ପିପିଲି ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇ ପଡ଼ିଛି। ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ। ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡିଥିଲା। ପିପିଲି ନିକଟବର୍ତ୍ତୀ ନିଜ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାର ପାଇଁ ବାହାରୁଥିବା ବେଳେ ଅସୁସ୍ଥ ହୋଇ ତଳେ ପଡି ଯାଇଥିଲେ ଅଜିତ ମଙ୍ଗରାଜ।

ତୁରନ୍ତ ତାଙ୍କ ସମର୍ଥକମାନେ ଚିକିତ୍ସା ପାଇଁ ଡେଲାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗତ ୧୦ ତାରିଖରେ ସେ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଥିଲା।