Odisha Link
Bridging the Missing Links in Odisha

କରୋନା ନେଲା ଆଉ ୨ ମୁଣ୍ଡ, ମୋଟ ମୃତ୍ୟୁସଂଖ୍ୟା ୧୯୩୫

ଭୁବନେଶ୍ୱର: ଅଣାୟତ୍ତ କଲାଣି ମହାମାରୀ କରୋନା। ରାଜ୍ୟରେ ହୁହୁ ହେଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୯୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୮୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୪୬୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୧୭୩୩ ଜଣ ସୁସ୍ଥ ହୋଇଛନ୍ତି। କରୋନା ଯୋଗୁଁ ୧୯୩୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୯୪୯୬୨୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି।