Odisha Link
Bridging the Missing Links in Odisha

କରୋନା ମୁକାବିଲା: ଆଇଏଏସଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର: ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ମୁକାବିଲା ଲାଗି ରାଜ୍ୟ ସରକାର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଜିଲ୍ଲାସ୍ତରରେ ମୁତୟନ କରିଛନ୍ତି। ସେମାନେ କୋଭିଡ୍ ପର୍ଯ୍ୟବେକ୍ଷକ ଭାବେ ଜିଲ୍ଲାସ୍ତରରେ କାମ କରିବେ। ଏହି ଅଧିକାରୀ ମାନଙ୍କ ଭିତରୁ ଭୁବନେଶ୍ୱର ମହାନଗର ନିଗମରେ ସଂକ୍ରମଣ ପ୍ରତିରୋଧ କାର୍ଯ୍ୟକ୍ରମ ତଦାରଖ ଦାୟିତ୍ୱ ନେବେ ଆଇଏଏସ୍ ଅଧିକାରୀ ଅନୁ ଗର୍ଗ ଓ ଡକ୍ଟର ଏନ୍.ତିରୁମାଳା ନାୟକ।

ସେହିପରି ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲା ଦାୟିତ୍ୱରେ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ମଧୁସୂଦନ ପାଢୀଙ୍କୁ ଦିଆଯାଇଥିବା ବେଳେ ବଲାଙ୍ଗିର, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲା ଦାୟିତ୍ୱରେ ସତ୍ୟବ୍ରତ ସାହୁ ଓ ବେଣୁଧର ବେହେରାଙ୍କୁ ସ୍ୱତନ୍ତ୍ର ଭାବରେ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି।

ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ନିକୁଞ୍ଜ ବିହାରୀ ଧଳଙ୍କୁ କୋଭିଡ୍ ପର୍ଯ୍ୟବେକ୍ଷକ ଭାବରେ ଦାୟିତ୍ୱ ଦିଆଯାଇଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ସୁରେନ୍ଦ୍ର କୁମାର ଓ ଶ୍ରୀକାନ୍ତ ପୃଷ୍ଟିଙ୍କୁ ନିଯୁକ୍ତ କରାଯାଇଛି। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଜି. ମାଥି ଭାଥନନ, ଯାଜପୁର-ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ହେମନ୍ତ ଶର୍ମା ଓ ଡ. ସୁରେଶ ଚନ୍ଦ୍ର ଦଳାଇଙ୍କୁ ନିଯୁକ୍ତ କରାଯାଇଛି।

ସେହିଭଳି ସମ୍ବଲପୁର ଓ ସୋନପୁର ଜିଲ୍ଲାରେ କୋଭିଡ୍ ପର୍ଯ୍ୟବେକ୍ଷକ ଭାବେ ଚିତ୍ରା ଅରୁ ମୁଗମଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ସାଶ୍ୱତ ମିଶ୍ର ଓ ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ କଳାହାଣ୍ଡି-କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ଦାୟିତ୍ୱ ଦିଆଯାଇଛି। କୋରାପୁଟ-ମାଲକାନଗିରି-ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲା ପାଇଁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ତୁଲାଇବେ ଭି.ଭି ଯାଦବ ଓ ରସିଦ୍ ଖାନ୍।

ଗଜପତି ଜିଲ୍ଲା ପାଇଁ ଟି. ୱାପଙ୍ଗ ଆଓଙ୍କୁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବା ବେଳେ ଅନୀଲ କୁମାର ସାମଲଙ୍କୁ କଟକ-ନୟାଗଡ଼-ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ଦାୟିତ୍ୱ ଦିଆଯାଇଛି। କଟକ ନଗର ଓ ଗ୍ରାମାଞ୍ଚଳ ପାଇଁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ସୁଶାନ୍ତ ମହାପାତ୍ର ତୁଲାଇବେ ବୋଲି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.