Odisha Link
Bridging the Missing Links in Odisha

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ

ପୁରୀ: ଆଜି ପବିତ୍ର ଚୈତ୍ର ଶୁକ୍ଲ ତୃତୀୟା ତିଥି। ଏହି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୪ଟାରୁ ସଂଧ୍ୟା ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ପାରିବେନି ଭକ୍ତ।

ବନକଲାଗି ନୀତି ପାଇଁ ଦ୍ୱିପହର ଧୂପ ପରେ ଦତମହାପାତ୍ର ସେବାୟତମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ହୋଇଥିବା ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ସିଂହାର କରାଯିବ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପରମ୍ପରା ଅନୁଯାୟୀ, ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦୀର୍ଘ ୪ ଘଣ୍ଟା ଧରି ଏହି ନୀତି ଅନୁଷ୍ଠିତ ହେବ।