Odisha Link
Bridging the Missing Links in Odisha

କରୋନା: ସାରା ରାଜ୍ୟରେ ନାଇଟ କର୍ଫ୍ୟୁ

ଭୁବନେଶ୍ବର: ପୁଣି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ନେଇ ଆଜି ମୁଖ୍ୟ ଶାସନ ସଚିବ ବଡ ଘୋଷଣା କରିଛନ୍ତି। ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲାରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ। ଏନେଇ ସାମ୍ବଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର।

ଛତିଶଗଡ଼ ସୀମାନ୍ତ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ଆସନ୍ତାକାଲିଠାରୁ ରାତ୍ରୀକାଳୀନ କର୍ଫ୍ୟୁ ସମୟ ପରିବର୍ତ୍ତନ ହେବ। ୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ।

ଏହାବ୍ୟତୀତ ଓଡ଼ିଶାର ଅନ୍ୟ ୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ। ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୯ଟାରୁ ସକାଳ ୫ଟା ଯାଏ ଆସନ୍ତାକାଲି ଠାରୁ ଲାଗୁ ହେବ। ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତରେ ଥିବା ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ ।

ପ୍ରତି ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ୱିକେଣ୍ଡ କର୍ଫ୍ୟୁ ଲାଗୁ ହେବ। ଆସନ୍ତା ଶନିବାର ଓ ରବିବାର ଠାରୁ ଏହି ସାପ୍ତାହିକ ସଟଡାଉନ୍ ଲାଗୁ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ରାତ୍ରୀକାଳୀନ କର୍ଫ୍ୟୁ ସମୟରେ ସମସ୍ତ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି। ଜରୁରୀକାଳୀନ ସେବାରେ ନିୟୋଜିତ ବ୍ୟକ୍ତି ନିଜ ଆଇକାର୍ଡ ଚେକିଂ ସମୟରେ ଦେଖାଇବେ। ନାଇଟ୍ କର୍ଫ୍ୟୁ ସମୟରେ ମାଲ ପରିବହନ ଗାଡ଼ି ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ।

Leave A Reply

Your email address will not be published.