Odisha Link
Bridging the Missing Links in Odisha

ଗୋଟିଏ ପରିବାରରୁ ୮ କରୋନା ପିଜିଟିଭ୍, ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ପାଟଣା: କାୟା ମେଲାଉଛି ମହାମାରୀ କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି। ଏହାରି ମଧ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତର ସ୍ବାମ୍ ଶାସନର ୬ ନମ୍ବର ୱାର୍ଡ ୫୫୫ ନମ୍ବର ପ୍ଲଟ୍ କୁ ୭ ଦିନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଗୋଟିଏ ପରିବାରର ୮ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲ୍ଲାରୁ ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପାଟଣା ବ୍ଲକରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତଙ୍କୁ ମେଡିକାଲ ପକ୍ଷରୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସହ ହୋମ୍ କ୍ବାରେଣ୍ଟାଇନ୍ ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.