Odisha Link
Bridging the Missing Links in Odisha

ଟ୍ବିନ୍ ସିଟିରେ ୧୪୪ ଧାରା ଲାଗୁ

ରାତି ୯ଟାରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠୁ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି। ଏଥିସହ ନାଇଟ କର୍ଫ୍ୟୁ ସମୟରେ କଟକ ଓ ଭୁବନେଶ୍ୱରରେ ୧୪୪ ଜାରି କରାଯାଇଛି। ରାତି ୯ଟାରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି କରାଯାଇଛି। ୧୪୪ ଧାରା ଜାରି ନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।

୧୪୪ ଧାରା ଲାଗୁ ହୋଇଥିବାରୁ ବାହାରେ ବୁଲିବାକୁ କଡ଼ା ବାରଣ କରାଯାଇଛି। ଅତ୍ୟାବଶ୍ୟକ ସେବା ଯୋଗାଣକାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ବାହାରକୁ ବାହାରିବା ପାଇଁ ମନା କରାଯାଇଛି। ଏହାର ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.