Odisha Link
Bridging the Missing Links in Odisha

କରୋନା: ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୫୧ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ପୁଣି ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୪୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୯୧ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ଭୁବନେଶ୍ବର ମ୍ୟୁନିସିପାଲିଟି କର୍ପୋରେସନ।

୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ମୋଟ ୪୫୧ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୩୫,୩୪୧ରେ। ରାଜଧାନୀରେ ଏଯାଏଁ କରୋନାକୁ ମାତ ଦେଲେଣି ୩୨୭୫୫ ଜଣ ସଂକ୍ରମିତ। ବର୍ତ୍ତମାନ ଭୁବନେଶ୍ବରରେ ଆକ୍ଟିଭ୍‌ କେସ୍‌ ୨୩୧୫ ରହିଥିବା ବେଳେ ୨୫୦ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Leave A Reply

Your email address will not be published.