Odisha Link
Bridging the Missing Links in Odisha

ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ: କାୟା ମେଲାଉଛି ମହାମାରୀ କରୋନା। ଦିନକୁ ଦିନ କରୋନା ସଂକ୍ରମଣ ହାର ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଜି ଠାରୁ ରାଜ୍ୟରେ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି। ଏଥିସହ ନାଇଟ କର୍ଫ୍ୟୁ ନେଇ ଶ୍ରୀମନ୍ଦିର ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।

ନାଇଟ କର୍ଫ୍ୟୁ ପାଇଁ ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା କରାଯାଇଛି। ରାତି ୮ଟା ପରେ ଭକ୍ତମାନଙ୍କୁ ଆଉ ଶ୍ରୀମନ୍ଦିର ଭିତରକୁ ଛଡ଼ାଯିବ ନାହିଁ। ରାତି ୮.୩୦ ସୁଦ୍ଧା ଶ୍ରୀମନ୍ଦିର ପରିସରକୁ ଖାଲି କରାଯିବ। ରାତି ୯ଟାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ ହେଉଥିବାରୁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

ପ୍ରକାଶ ଯେ, ଗତକାଲି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏକ ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ପ୍ରତି ଶନିବାର ଓ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ଦୁଇ ଦିନ ମନ୍ଦିର ପରିସରକୁ ସାନିଟାଇଜ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।