Odisha Link
Bridging the Missing Links in Odisha

ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୩୬୬୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩,୬୮,୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି ମହମାରୀ କରୋନା। ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୩ ଜଣ କ୍ବାରାଣ୍ଟିନ୍ରେ ରହିଥିବା ବେଳେ ୧୫୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୨୫୮ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯ଜଣ, ବରଗଡ଼ ଜିଲ୍ଲାରୁ ୨୧୦ଜଣ, ଭଦ୍ରକ ଜିଲ୍ଲାରୁ ୨୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୯ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୩୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୭ଜଣ, ଗଜପତି ଜିଲ୍ଲାରୁ ୬୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୮ଜଣ, ଯାଜପୁର ଜିଲ୍ଲାରୁ ୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨୪ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦୪ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୧ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୨୨୧ଜଣ, ପୁରୀ ଜିଲ୍ଲାରୁ ୧୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୫୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୯୯ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫୫ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.