Odisha Link
Bridging the Missing Links in Odisha

କରୋନା ନେଲା ଆଉ ୪ ଜୀବନ

ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ବରଣ ହୋଇଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ସୂଚନା ଦିଆଯାଇଛି । ମୃତକ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଥିବା ବେଳେ କେନ୍ଦୁଝର ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩,୭୨,୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪,୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୪୬,୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.