Odisha Link
Bridging the Missing Links in Odisha

ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୨ହଜାର ୭୦୩ଜଣକୁ ଛୁଇଁଛି।

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି ମହମାରୀ କରୋନା। ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୭୪ ଜଣ କ୍ବାରାଣ୍ଟିନ୍ରେ ରହିଥିବା ବେଳେ ୧୮୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୨ହଜାର ୭୦୩ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଥିବା ପଜିଟିଭ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୩ଜଣ, ବରଗଡ଼ ଜିଲ୍ଲାରୁ ୧୭୮ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୮ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୨୫୧ଜଣ, ଦେଓଗଡ଼ ଜିଲ୍ଲାରୁ ୩୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲରାୁ ୬୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭୩ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୭ଜଣ, ନୟାଗଡ଼ ଜିଲ୍ଲାରୁ ୫୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୭ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୧ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୨୫ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୬୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.