Odisha Link
Bridging the Missing Links in Odisha

ମେ ପହିଲାରୁ ୧୮ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ଟିକା

ନୂଆଦିଲ୍ଲୀ: କାୟା ମେଲାଉଛି ମହାମାରୀ କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଏହାରି ମଧ୍ୟ ଟୀକାକରଣ ଜାରି ରହିଥିବା ବେଳେ ମେ ପହିଲାରୁ ୧୮ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ଟିକାକରଣ କରାଯିବ। ଏନେଇ ଆଜି କେନ୍ଦ୍ର ସରକାର ଘୋଷଣା କରିଛନ୍ତି।

କରୋନାର ଦ୍ୱିତୀୟ ଲହରରରେ ଯୁବ ଗୋଷ୍ଠୀକୁ ବେଶି ସଂକ୍ରମିତ କରୁଥିବାରୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଦେଶରେ ୪୫ ବର୍ଷରୁ ଅଧିକ ବୟସ୍କ ଏବଂ ଅନ୍ୟାନ୍ୟ ରୋଗରେ ପିଡୀତ ଥିବା ବ୍ୟକ୍ତିଙ୍କୁ ଟିକାକାଣ କରାଯାଉଛି।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ କୋଭିଡ-୧୯ ଟିକାକରଣର ୩ୟ ପର୍ଯ୍ୟାୟକୁ ମଂଜୁରୀ ଦିଆଯାଇଛି। ଏହି ପର୍ଯ୍ୟାୟରେ କରୋନା ଟିକାର ମୂଲ୍ୟ ନିର୍ଦ୍ଧାରଣ, କ୍ରୟ, ବୟସସୀମା ଆଦିକୁ କୋହଳ କରାଯାଇଛି।

ସେହିପରି କମ୍ପାନିମାନେ ନିଜର ଉତ୍ପାଦନର ୫୦ ପ୍ରତିଶତ ସିଧାସଳଖ ରାଜ୍ୟମାନଙ୍କୁ ଓ ଖୋଲାବଜାରରେ ବିକ୍ରି କରିପାରିବେ। ସେହିପରି ରାଜ୍ୟ ସରକାରମାନେ ସିଧାସଳଖ କମ୍ପାନିମାନଙ୍କଠାରୁ ଟିକା କିଣିପାରିବେ ଓ ୧୮ ବର୍ଷରୁ ଅଧିକ ବୟସର ସମସ୍ତଙ୍କୁ ଟିକା ଦେବାପାଇଁ ନିଷ୍ପତ୍ତି ନେଇପାରିବେ ।  ଅନ୍ୟପକ୍ଷରେ ଅଗ୍ରାଧିକାର ବର୍ଗର ଲୋକମାନଙ୍କୁ ପୂର୍ବପରି ମାଗଣାରେ ଟିକା ଦିଆଯିବ।

Leave A Reply

Your email address will not be published.