Odisha Link
Bridging the Missing Links in Odisha

ଆଜିଠୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ

ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ନେଉଛନ୍ତି ବିଭିନ୍ନ ପଦକ୍ଷେପ। କରୋନା ସଂକ୍ରମଣକୁ ମାତ୍‌ ଦେବା ପାଇଁ ଆଜିଠୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ।

ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଯାହାରିଫଳରେ ଅନ୍ୟ ରାଜ୍ୟକୁ ଚଳାଚଳ କରୁଥିବା ସମସ୍ତ ବସ୍‌ ସେବା ବନ୍ଦ ରହିବ।

ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍ ମୁତାବକ ‌ଆନ୍ତଃରାଜ୍ୟ ବସ୍ ସେବାକୁ ବନ୍ଦ କରାଯାଇଛି । ହେଲେ ପୂର୍ବ ଭଳି ରାଜ୍ୟ ଭିତରେ ବସ୍ ଚାଲୁ ରହିବ । କରୋନା କଟକଣା କଡ଼ାକଡ଼ି ପାଳନ କରାଯିବା ସହ ଯାତ୍ରୀମାନେ କେବଳ ସିଟିଂରେ ହିଁ ଯାଇପାରିବେ। ଅଟୋ, ଟ୍ୟାକ୍ସିରେ କେବଳ ୨ ଜଣ ଯାତ୍ରୀ ଯିବାକୁ ଅନୁମତି ରହିଛି। ଅପରପକ୍ଷେ ରାଜ୍ୟ ଭିତରେ ବା ବାହରୁ ପରିବହନ ଯାନ ଉପରେ କୌଣସି କଟକଣା ଲାଗୁ ହୋଇନାହିଁ।

Leave A Reply

Your email address will not be published.