Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ପ୍ରାୟ ୧୬ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଏନେଇ ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସୂଚନା ମୁତାବକ ଆଜି ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୧୬ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ପଦାକୁ ନ ବାହାରିବା ପାଇଁ ପାଣିପାଗ ପାଗ ବିଭାଗ ପରାମର୍ଶ ଦେଇଛନ୍ତି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମୟୂରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.