Odisha Link
Bridging the Missing Links in Odisha

ରାଜ୍ୟରେ ସପ୍ତାହାନ୍ତ ସଟଡାଉନ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନାଙ୍କ ଗୁରୁତ୍ୱପୁର୍ଣ୍ଣ ସୂଚନା। ରାଜ୍ୟରେ ସପ୍ତାହାନ୍ତ ସଟଡାଉନ ଲାଗୁ ହେବ। ସବୁ ସହରାଞ୍ଚଳରେ ଆସନ୍ତା ୨୪ ତାରିଖରୁ ଶନିବାର ଓ ରବିବାର ସଟଡାଉନ୍ ରହିବ। ୨୩ ତାରିଖ ସଂଧ୍ୟା ଠାରୁ ଏହା ଆରମ୍ଭ ହେବ। ସଟଡାଉନ ସମୟରେ ଅତ୍ୟାବଶ୍ୟକ କାର୍ଯ୍ୟକୁ ବାଦ୍ ଦେଇ ବାକି ସବୁ ବନ୍ଦ କାର୍ଯ୍ୟ ବନ୍ଦ ରହିବ।

ଏହି ସମୟରେ ଲୋକମାନେ ନିୟମ ଅନୁପାଳନ କରିବାକୁ ଏସଆରସି ପ୍ରଦୀପ ଜେନା ଅନୁରୋଧ କରିଛନ୍ତି। ଏହାପୂର୍ବରୁ କେବଳ ଛତିଶଗଡ ସୀମାନ୍ତ ୧୦ ଜିଲ୍ଲାରେ ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଥିଲା। ହେଲେ ଏବେ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଘୋଷଣା କରିଛନ୍ତି ଏସଆରସି।

ଅନ୍ୟପଟେ ଏହି ସପ୍ତାହନ୍ତ ସଟଡାଉନ୍ ପାଇଁ କୌଣସି ନିର୍ଦ୍ଦିଷ୍ଟ ପାସ୍ ବ୍ୟବସ୍ଥା ରହିବ ନାହିଁ। ଅନୁମତି ଥିବା ବ୍ୟକ୍ତି ବିଶେଷମାନେ ସେମାନଙ୍କ ପରିଚୟ ପତ୍ର ଦେଖାଇ ଯାଆସ କରିପାରିବେ।

ସେହିପରି ବାହାଘରରେ ସର୍ବମୋଟ ୫୦ ଜଣ ଲୋକ ଯୋଗ ଦେଇପାରିବେ।ଏଥିପାଇଁ ୨୪ ଘଣ୍ଟା ପୂର୍ବରୁ ପ୍ରଶାସନଠାରୁ ଅନୁମତି ଆଣିବାକୁ ପଡିବ ବୋଲି କୁହାଯାଇଛି। ସେହିପରି ବିବାହ ଶୋଭାଯାତ୍ରାକୁ ମଧ୍ୟ ଅନୁମତି ଦିଆଯାଇନି, ଯଦି କେହି ଏହାକୁ ଉଲ୍ଲଘଂନ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

Leave A Reply

Your email address will not be published.