Odisha Link
Bridging the Missing Links in Odisha

କରୋନା ନେଲା ଆଉ ୫ ଜୀବନ

କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ସୂଚନା ଦିଆଯାଇଛି । ମୃତକ ମଧ୍ୟରୁ ନୂଆପଡ଼ାରୁ ୩ଜଣ ହୋଇଥିବା ବେଳେ କେନ୍ଦୁଝର ଓ ରାଜୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩,୭୭,୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭,୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୪୭,୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.