ଦେଶରେ ଅଣାୟତ୍ତ କରୋନା: ଦିନକରେ ୨ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ହୁହୁ ବଡିବାରେ ଲାଗିଛି ଦୈନିକ ସଂକ୍ରମଣ ହାର। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୯୫ ହଜାର ୦୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨ହଜାର ୨୩ ଜଣଙ୍କର ମୃତ୍ୟୁ ହୋଇଛି।
ଭାରତରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ କରୋନା ସକ୍ରମିତଙ୍କ ସଂଖ୍ୟା ୨୧ ଲକ୍ଷ ୫୭ ହଜାର ୫୩୮ ପହଞ୍ଚିଛି।
ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗୁ ହୋଇଥିଲେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବ୍ରେକ୍ ଲାଗିପାରୁ ନାହିଁ।