Odisha Link
Bridging the Missing Links in Odisha

ରାଜ୍ୟରେ ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୬୧୬୪ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ବେକାବୁ କରୋନା। ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଯାହା ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୨୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨୬ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୩୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୫୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୬୩ଜଣ, ଯାଜପୁର ଜିଲ୍ଲାରୁ ୧୫୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୫୨ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୫ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୧୧୩୨ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୭ଜଣ, ନୟାଗଡ଼ ଜିଲ୍ଲାରୁ ୯୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୫୯ଜଣ, ପୁରୀ ଜିଲ୍ଲାରୁ ୨୮୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୯ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୨୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୪୧ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୮୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୫୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୧୩୮୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୪୯୯୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.